ପୁଣି କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ସୁନା ଦାମ

ପୁଣି କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୨୦ ଟଙ୍କା କମି ୪୭,୭୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧୨୦ ଟଙ୍କା କମି ୪୮,୭୬୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫ ୭୪୦ ଟଙ୍କା ଓ ୪୯ ୮୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୭୬୦ ଟଙ୍କା ଓ ୪୮,୭୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୨୫୦ ଟଙ୍କା ଓ ୫୨,୬୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୫୫୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୫୬୦ ଟଙ୍କା ଓ ୫୨,୬୪୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ୧୦୦୦ ଟଙ୍କା ବୃଦ୍ଧି ପାଇଛି । ଆଜି ରୂପା କିଲୋଗ୍ରାମ ପ୍ରତି  ୧୦୦୦ ଟଙ୍କା ବଢ଼ି ୭୨,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

You might also like