ସୁନା କିଣିବାକୁ ଚାହୁଛନ୍ତି, ଜାଣନ୍ତୁ ଆଜି କେତେ ରହିଛି ସୁନା ଦାମ୍‌

ବିବାହ ଋତୁ ସରିଯାଇଛି। ଆଉ ଏବେ ଦିନକୁ ଦିନ ବୃଦ୍ଧିପାଇପାରେ ସୁନା ଓ ରୁପା ଦର। ତେବେ ଆଜି ଭାରତୀୟ ବଜାରରେ ସୁନା ଦର ମାତ୍ର ୩୦ ଟଙ୍କା ବଢିଛି । ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬, ୬୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦,୮୮୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬,୯୮୦ ଟଙ୍କା ଓ ୫୧,୨୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୯୮୦ ଟଙ୍କା ଓ ୫୧,୨୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୮୦ ଟଙ୍କା ଓ ୫୧,୨୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୫୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨, ୩୧୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୯୮୦ ଟଙ୍କା ଓ ୫୧,୨୪୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ କିନ୍ତୁ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୭,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.