Below header

ବାହାଘର ସିଜିନରେ ଚିନ୍ତା ବଢ଼ାଇଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି…

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୯୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୩,୨୮୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୪୫୦ ଟଙ୍କା ଟଙ୍କା ଓ ୬୪,୨୦୦ ଟଙ୍କା ହୋଇଛି।

ନୂଆଦିଲ୍ଲୀ : ସୁନା ପ୍ରତି ଭାରତୀୟଙ୍କ ଆଦର କେବେ କମିନାହିଁ । ବାହାଘର ସିଜିନରେ ସୁନା ଦର ହୁ ହୁ ବଢୁଛି । ଦାମ୍ ଶୁଣିଲେ ସାଧାରଣ ଲୋକ ସୁନା କିଣିବା ପାଇଁ ସାହସ କରି ପାରୁ ନାହାନ୍ତି । ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୯୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୩,୨୮୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୪୫୦ ଟଙ୍କା ଟଙ୍କା ଓ ୬୪,୨୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୪୫୦ ଟଙ୍କା ଓ ୬୪,୨୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୯,୦୦୦ ଟଙ୍କା ଓ ୬୪,୩୫୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୮୫୦ ଟଙ୍କା ଓ ୬୪,୨୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୮୦,୫୦୦ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.