ଜାଣନ୍ତୁ, ଆଜି କଣ ରହିଛି ସୁନା ଦର

ଜାଣନ୍ତୁ, ଆଜି କଣ ରହିଛି ସୁନା ଦର । ଆଗକୁ ଆସୁଥିବା ଉତ୍ସବକୁ ନେଇ ରାଜଧାନୀବାସୀ ସୁନା କିଣିବା ପାଇଁ ଦୋକାନରେ ଭିଡ ଲଗାଇଛନ୍ତି । ବିଶେଷ କରି ବଜେଟରେ ସୁନା ଦାମ୍ କମିଥିବା ବେଳେ ଲୋକେ ବେଶ ପ୍ରଭାବିତ ହୋଇ ଆବଶ୍ୟକ ମୁତାବକ ସୁନା କିଣୁଥିବା ଦେଖିବାକୁ ମିଳିଛି ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୪, ହଜାର ୬୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ଗ୍ରାମ ପିଛା ୭୦ ହଜାର ୩୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୪, ୬୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୦,୩୫୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୪, ୬୯୦ ଟଙ୍କା ଓ ୭୦,୩୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୦,୭୨୦ ଟଙ୍କା ଓ ୬୪, ୮୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୪,୪୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୦,୪୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୪, ୬୯୦ ଟଙ୍କା ଓ ୭୦,୩୫୦  ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୫,୪୦୦ ଟଙ୍କା ହୋଇଛି।