ଆଜି ୮୭୦ ଟଙ୍କା କମିଛି ସୁନା ଦର , ତା’ହେଲେ ଡେରି କାହିଁକି? ଶୀଘ୍ର ଯାଇ କିଣି ଆଣନ୍ତୁ

ଜାଣନ୍ତୁ, ଆଜି କଣ ରହିଛି ସୁନା ଦର । ଆଗକୁ ଆସୁଥିବା ଉତ୍ସବକୁ ନେଇ ରାଜଧାନୀବାସୀ ସୁନା କିଣିବା ପାଇଁ ଦୋକାନରେ ଭିଡ ଲଗାଇଛନ୍ତି । ବିଶେଷ କରି ବଜେଟରେ ସୁନା ଦାମ୍ କମିଥିବା ବେଳେ ଲୋକେ ବେଶ ପ୍ରଭାବିତ ହୋଇ ଆବଶ୍ୟକ ମୁତାବକ ସୁନା କିଣୁଥିବା ଦେଖିବାକୁ ମିଳିଛି ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୩, ହଜାର ୯୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ଗ୍ରାମ ପିଛା ୬୯ ହଜାର ୭୨୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୩, ୯୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୬୯,୭୧୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୩, ୯୦୦ ଟଙ୍କା ଓ ୬୯,୭୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୯,୮୬୦ ଟଙ୍କା ଓ ୬୪, ୦୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୪,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୯,୮୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୪, ୮୦୦ ଟଙ୍କା ଓ ୬୯,୭୧୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୨,୫୦୦ ଟଙ୍କା ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.