Below header

ସୁନା ଦର ହୁ ହୁ ବଢୁଛି, ଜାଣନ୍ତୁ କେତେ ଅଛି ଆଜିର ସୁନା ଦର

ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି ।

ନୂଆଦିଲ୍ଲୀ : ସୁନା ପ୍ରତି ଭାରତୀୟଙ୍କ ଆଦର କେବେ କମିନାହିଁ । ବାହାଘର ସିଜିନରେ ସୁନା ଦର ହୁ ହୁ ବଢୁଛି । ଦାମ୍ ଶୁଣିଲେ ସାଧାରଣ ଲୋକ ସୁନା କିଣିବା ପାଇଁ ସାହସ କରି ପାରୁ ନାହାନ୍ତି । ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୧୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୪୨୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୭୦୦ ଟଙ୍କା ଟଙ୍କା ଓ ୬୨,୯୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୭୦୦ ଟଙ୍କା ଓ ୬୨,୯୫୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୭,୮୫୦ ଟଙ୍କା ଓ  ୬୩ ,୧୦୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ  ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୭୦୦ ଟଙ୍କା ଓ ୬୨,୯୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୭୦୦ ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.