ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ବିଶେଷ କରି ବଜେଟରେ ସୁନା ଦାମ୍ କମିଥିବା ବେଳେ ଲୋକେ ବେଶ ପ୍ରଭାବିତ ହୋଇ ଆବଶ୍ୟକ ମୁତାବକ ସୁନା କିଣୁଥିବା ଦେଖିବାକୁ ମିଳିଛି ।
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୪, ହଜାର ୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ଗ୍ରାମ ପିଛା ୭୧ ହଜାର ୬୨୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୫, ୬୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୧,୬୨୦ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୫, ୬୫୦ ଟଙ୍କା ଓ ୭୧,୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୫,୮୦୦ ଟଙ୍କା ଓ ୭୧, ୭୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୫,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୧,୬୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୫, ୫୬୦ ଟଙ୍କା ଓ ୭୧,୬୨୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୩,୫୦୦ ଟଙ୍କା ହୋଇଛି ।