କମିଲା ସୁନା ଦର, କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ଦର

ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର । ବର୍ତ୍ତମାନ ସୁନା ଦର କମିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୩୫୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୬୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୫୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩,୭୪୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୫୯୦ ଟଙ୍କା ଓ ୭୩,୭୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୭୪୦ ଟଙ୍କା ଓ ୭୩,୮୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮,୦୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪,୨୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୫୯୦ ଟଙ୍କା ଓ ୭୩,୭୪୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୫,୪୦୦ ଟଙ୍କା ହୋଇଛି ।