ଆସିଲା ସୁନା-ରୂପା ଦରରେ ବଡ଼ ପରିବର୍ତ୍ତନ! ଦର ଜାଣିଲେ ଚକିତ ହୋଇଯିବେ

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୭୫୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୬୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୬୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩ ହଜାର ୭୫୦ ହୋଇଛି ।

ବିବାହ ଋତୁରେ ଜୋରସୋରରେ ଗହଣା କିଣା ଚାଲିଛି । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ ପ୍ରଥମେ ଦାମ ଜାଣନ୍ତୁ । ତେବେ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୭୫୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୬୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୬୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩ ହଜାର ୭୫୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୬୫୦ଟଙ୍କା ଓ ୭୩,୭୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୭୫୦ ଟଙ୍କା ଓ ୭୩,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୭୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩,୮୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୬୦୦ ଟଙ୍କା ଓ ୭୩,୭୫୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୯ ହଜାର ୦୦୦ ଟଙ୍କା ହୋଇଛି ।

Leave A Reply

Your email address will not be published.