କମିଲା ସୁନା ଓ ରୂପା ଦର: ଜାଣନ୍ତୁ ଭୁବନେଶ୍ୱରରେ କେତେ ରହିଛି ଦାମ

ଦେଶରେ ସୁନା ଏବଂ ରୂପାର ନୂଆ ଦର ଲାଗୁ ହୋଇଛି । ବିଭିନ୍ନ ସହରରେ ଆଜି ସୁନା ଦର ସାମାନ୍ୟ କମିଥିବା ଦେଖିବାକୁ ମିଳିଛି । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୬, ହଜାର ୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ଗ୍ରାମ ପିଛା ୭୨ ହଜାର ୬୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬, ୬୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୬୫୦ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬, ୬୦୦ ଟଙ୍କା ଓ ୭୨,୬୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୭୫୦ ଟଙ୍କା ଓ ୭୨, ୮୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬, ୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨,୬୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬, ୬୦୦ ଟଙ୍କା ଓ ୭୨,୬୫୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୭,୦୦୦ ଟଙ୍କା ହୋଇଛି ।

You might also like