ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ ପ୍ରଥମେ ଦାମ ଜାଣନ୍ତୁ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୨୩୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୨୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୧୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩,୨୫୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୨୫୦ ଟଙ୍କା ଓ ୭୨,୨୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୪୦୦ ଟଙ୍କା ଓ ୭୨,୩୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩ ,୧୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୨୫୦ ଟଙ୍କା ଓ ୭୨,୨୩୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୧,୭୦୦ ଟଙ୍କା ହୋଇଛି ।

 

 

 

You might also like