ସ୍ଥିର ରହିଛି ସୁନା ଦାମ୍‌, ସୁନା କିଣିବାକୁ ଚାହୁଁଥିଲେ ଆଜି ହିଁ କିଣି ଆଣନ୍ତୁ

କଣ ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି, ତାହେଲେ ଏଇଠି ପାଇପାରିବେ ସୁନା ମୂଲ୍ୟର ତାଜା ଅପଡେଟ। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଟଙ୍କା କମି ଦଶ ଗ୍ରାମ ପ୍ରତି ୪୪,୯୪୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୪୫,୯୪୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୦ ଟଙ୍କା ହ୍ରାସ ପାଇ ୪୪, ୫୯୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୦ ଟଙ୍କା ହ୍ରାସ ପାଇ ୪୮, ୬୫୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୯୪୦ ଟଙ୍କା ଓ ୪୫,୯୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୨୪୦ ଟଙ୍କା ଓ ୫୦, ୪୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୭୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୮୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭, ୪୩୦ ଟଙ୍କା ଓ ୪୯,୦୬୦ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୫୦୦ ଟଙ୍କା ବଢ଼ି ୭୦,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.