ସୁନା କିଣିବାକୁ ଭାବୁଛନ୍ତି କି ? ଦରରେ ହେଲା ସାମାନ୍ୟ ପରିବର୍ତ୍ତନ
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୭୧୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୬୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୬୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୭୧୦ ହୋଇଛି ।

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୭୧୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୬୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୬୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୭୧୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୬୫୦ ଟଙ୍କା ଓ ୭୨,୭୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୮୦୦ ଟଙ୍କା ଓ ୭୨,୮୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩ ,୩୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୬୫୦ ଟଙ୍କା ଓ ୭୨,୭୧୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୩,୧୦୦ ଟଙ୍କା ହୋଇଛି ।