ସର୍ବକାଳୀନ ରେକର୍ଡ ସ୍ତରରେ ସୁନା, ଜାଣନ୍ତୁ ଦେଶର ପ୍ରମୁଖ ସହରରେ କେତେ ରହିଛି ସୁନା ଦର

ସର୍ବକାଳୀନ ରେକର୍ଡ ସ୍ତରରେ ପହଞ୍ଚିଛି ସୁନା । ସେପ୍ଟେମ୍ବରର ଶେଷ ସପ୍ତାହରେ ସୁନା ମୂଲ୍ୟ ବୃଦ୍ଧି ପାଇଛି । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ସେପ୍ଟେମ୍ବରର ଶେଷ ସପ୍ତାହରେ ସୁନା ମୂଲ୍ୟ ବୃଦ୍ଧି ପାଇଛି ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧, ହଜାର ୦୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୭ ହଜାର ୪୬୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୧, ୦୧୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭,୪୬୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୧, ୦୧୦ ଟଙ୍କା ଓ ୭୭,୪୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୧,୧୬୦ ଟଙ୍କା ଓ ୭୭, ୬୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୧, ୦୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୭,୪୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୧, ୦୧୦ ଟଙ୍କା ଓ ୭୭,୪୬୦ ଟଙ୍କା ରହିଛି। ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୬ ହଜାର ୦୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like