ସାମାନ୍ଯ ବଢିଲା ସୁନା ମୂଲ୍ଯ, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଗ୍ରାମ ପ୍ରତି ଦାମ୍

ଆଜି ପୁଣି ବଢିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୦ ଟଙ୍କା ବଢି ୪୫,୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୪୬,୧୦୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୫୫୦ ଟଙ୍କା ଓ ୪୬,୪୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୧୦୦ ଟଙ୍କା ଓ ୪୬,୧୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୩୫୦ ଟଙ୍କା ଓ ୪୯,୪୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୪୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୫୫୦ ଟଙ୍କା ଓ ୪୮,୨୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.