ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ ରହିଛି

ସୁନା ଦାମ୍‌ ବଢିଲା । ସୁନା କିଣିବାକୁ ଯାଉଥିଲେ ନିଶ୍ଚିତ ପଢନ୍ତୁ ଏହି ଖବର । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୦୦୦ ଟଙ୍କା ଟଙ୍କା ଓ ୬୦,୦୦୦ ଟଙ୍କା ହୋଇଛି।

କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୩୦୦ ଟଙ୍କା ବୃଦ୍ଧି ପାଇ ୫୫,୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୩୩୦ ଟଙ୍କା ବୃଦ୍ଧି ପାଇ ୬୦,୦୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୦୦୦ ଟଙ୍କା ଟଙ୍କା ଓ ୬୦,୦୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୧୫୦ଟଙ୍କା ଓ ୬୦,୧୫୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୩୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୭,୧୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

You might also like