ସୁନା ବଜାରରେ ନିଆଁ, କେତେ ରହିଛି ଆଜିର ଦର ଜାଣନ୍ତୁ
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪, ୦୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୮,୯୧୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୪୦୦ ଟଙ୍କା ଟଙ୍କା ଓ ୫୮,୯୨୦ ଟଙ୍କା ହୋଇଛି।
ସୁନା ବଜାର ଉପରେ ଇସ୍ରାଏଲ-ହମାସ ଯୁଦ୍ଧର ପ୍ରଭାବ । ଇ୍ରସାଏଲ-ହମାସ୍ ଯୁଦ୍ଧ ଭିତରେ ସୁନା ବଜାରରେ ନିଆଁ । ଆପଣ ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଗତକାଲି ଅପେକ୍ଷା ଆଜି ସୁନାଦର ସାମନ୍ୟ ବୃଦ୍ଧି ପାଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪, ୦୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୮,୯୧୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୪୦୦ ଟଙ୍କା ଟଙ୍କା ଓ ୫୮,୯୨୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୪୦୦ ଟଙ୍କା ଓ ୫୮,୯୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୧୫୦ ଟଙ୍କା ଓ ୫୯,୦୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୦୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୦୦୦ ଟଙ୍କା ଓ ୫୯,୯୧୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୨,୬୦୦ଟଙ୍କା ରହିଥିବା ନେଇ ହୋଇଛି।