ବ୍ୟବସାୟ ଓ ଅର୍ଥନୀତି

ପୁଣି ବଦଳିଲା ସୁନା ଦର; ଜାଣନ୍ତୁ କେତେ ବଢ଼ିଲା ଆଜିର ମୂଲ୍ୟ

ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍। ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି । ଏପରି ପରିସ୍ଥିତିରେ, ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି କିମ୍ବା ଆପଣ ସୁନାରେ ବିନିଯୋଗ କରିବାକୁ ଚାହୁଁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୬୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୬,୫୦୦ ଟଙ୍କା ରହିଛି।

 

Barsha

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…

35 mins ago

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

3 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

4 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

4 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

4 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

4 hours ago