ଉପରମୁହାଁ ସୁନା ଦର, କିଣିବାକୁ ଯାଉଥିଲେ ନଜର ପକାନ୍ତୁ କେତେ ରହିଛି ମୂଲ୍ୟ 

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୨୦୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୧୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୧୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩,୨୦୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୧୦୦ ଟଙ୍କା ଓ ୭୩,୨୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୨୫୦ ଟଙ୍କା ଓ ୭୩,୩୩୫ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩ ,୯୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୧୦୦ ଟଙ୍କା ଓ ୭୩,୨୦୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୭,୮୦୦ ଟଙ୍କା ହୋଇଛି ।

Leave A Reply

Your email address will not be published.