ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ ପ୍ରଥମେ ଦାମ ଜାଣନ୍ତୁ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୨୫୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୧୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୧୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩,୨୫୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୧୫୦ ଟଙ୍କା ଓ ୭୩,୨୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୩୦୦ ଟଙ୍କା ଓ ୭୩,୪୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩ ,୯୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୧୫୦ ଟଙ୍କା ଓ ୭୩,୨୫୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୨,୫୦୦ ଟଙ୍କା ହୋଇଛି ।