ରାକ୍ଷୀ ପୂର୍ଣ୍ଣିମାରେ ଭଉଣୀକି ସୁନା ଉପହାର ଦେବାକୁ ଚାହୁଁଛନ୍ତି କି, ଜାଣି ରଖନ୍ତୁ ଆଜିର ମୂଲ୍ୟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୩,୪୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୦୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୪୫୦ ଟଙ୍କା ଓ ୫୯,୪୦୦ ଟଙ୍କା ହୋଇଛି।

ଭାରତୀୟ ବଜାରରେ ସୁନା ଦରରେ କିଛିଟା ପରିବର୍ତ୍ତନ ହୋଇଛି । ଗତ କିଛିଦିନ ହେଲାଣି ଏହାର ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆଜି ଦୋକାନକୁ ଯାଇ ସୁନା କିଣିବାକୁ ଆପଣ ମନ ବଳାଇଛନ୍ତି, ତେବେ ଏଠାରୁ ଜାଣି ନିଅନ୍ତୁ କେତେ ରହିଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୩,୪୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୦୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୪୫୦ ଟଙ୍କା ଓ ୫୯,୪୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୪୫୦ ଟଙ୍କା ଓ ୫୯,୪୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୬୦୦ଟଙ୍କା ଓ ୫୯,୫୫୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୭୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୪୫୦ ଟଙ୍କା ଓ ୫୯,୪୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୬,୯୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.