ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨, ହଜାର ୯୯୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୯ ହଜାର ୬୩୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୨,୯୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୯,୬୩୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୨,୯୯୦ ଟଙ୍କା ଓ ୭୯,୬୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୩ ,୧୪୦ ଟଙ୍କା ଓ ୭୯ , ୭୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୨,୯୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୯,୬୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୨,୯୯୦ ଟଙ୍କା ଓ ୭୯,୬୩୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୧, ୦୨, ୧୦୦ ହଜାର ଟଙ୍କା ହୋଇଛି ।