ଜାରି ହେଲା ନୂଆ ସୁନା ରେଟ; ୧୦ ଗ୍ରାମକୁ ମାତ୍ର ଏତିକି ଟଙ୍କା!

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨, ହଜାର ୯୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୯ ହଜାର ୫୮୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୨,୯୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୯,୫୮୦ ଟଙ୍କା ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୨,୯୫୦ ଟଙ୍କା ଓ ୭୯,୫୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୩ ,୦୦୦ ଟଙ୍କା ଓ ୭୯ , ୬୨୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୨,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୯,୪୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୨,୮୫୦ ଟଙ୍କା ଓ ୭୯,୪୭୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୧, ୦୨, ୦୦୦ ହଜାର ଟଙ୍କା ହୋଇଛି ।