ଆକାଶଛୁଆଁ ସୁନା ଦର, ଜାଣନ୍ତୁ କେଉଁ ସହରରେ କେତେ ଦାମ୍ ?

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩, ହଜାର ୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୮୦ ହଜାର ୨୯୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୩,୬୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୮୦,୨୯୦ ଟଙ୍କା ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୩,୬୦୦ ଟଙ୍କା ଓ ୮୦,୨୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୩ ,୭୫୦ ଟଙ୍କା ଓ ୮୦ , ୪୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୩,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୦,୨୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୩,୬୦୦ ଟଙ୍କା ଓ ୮୦,୨୯୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୮,୦୦୦ ହଜାର ଟଙ୍କା ହୋଇଛି ।