ଲଗାତାର ବୃଦ୍ଧି ପାଉଛି ସୁନା ଓ ରୁପା ଦର, ଜାଣନ୍ତୁ କେତେ ରହିଛି ଦାମ୍…
ନୂଆବର୍ଷ ପାଇଁ ବୃଦ୍ଧି ପାଇଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୯ ହଜାର ୨୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୨, ୬୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୯,୨୦୦ ଟଙ୍କା ଥିଲା ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୨,୬୦୦ ଟଙ୍କା ଓ ୭୯,୨୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୨,୭୫୦ ଟଙ୍କା ଓ ୭୯, ୩୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୨,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୯,୨୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୨,୬୦୦ ଟଙ୍କା ଓ ୭୯, ୨୦୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୦,୫୦୦ ହଜାର ଟଙ୍କା ହୋଇଛି ।