କମିଲା ସୁନା ଦର, ଏବେ ହିଁ କିଣନ୍ତୁ ଆପଣଙ୍କ ମନ ପସନ୍ଦର ଗହଣା

ସାମାନ୍ୟ କମିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୯୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୯୦୦ ଟଙ୍କାରେ ପହଞ୍ଚିଥିବା ରେକର୍ଡ ହୋଇଛି। ସେହିଭଳି ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ସୁନା ଦର ୫୨,୬୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ଦର ୪୮,୨୫୦ ଟଙ୍କାରେ ପହଞ୍ଚିଛି।

gold priceଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ମୂଲ୍ୟ ୪୮,୯୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୪୯,୯୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୯୫୦ ଟଙ୍କା ଓ ୫୩,୪୨୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୬୪୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୫୬୦ ଟଙ୍କା ଓ ୫୨,୪୭୦ଟଙ୍କା ରହିଛି ।

ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୦,୭୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।