Below header

ସାମାନ୍ଯ କମିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଆଜିର ମୂଲ୍ଯ

କେନ୍ଯୁଜ୍: ଗତକାଲି ଠାରୁ ସାମାନ୍ଯ କମିଛି ସୁନା ଦର।‌  ତୁଳନା କଲେ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୭୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୨୦୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୮୨୦ ଟଙ୍କା ଓ ୪୯,୩୪୦ ଟଙ୍କା ଛୁଇଁଛି।

gold shopଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୧,୩୦୦ ଟଙ୍କା ଓ ୫୦,୩୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୭୬୦ ଟଙ୍କା ଓ ୫୦,୨୦୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୩,୮୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୯,୩୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୪୩୦ ଟଙ୍କା ଓ ୫୦,୭୩୦ ଟଙ୍କା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.