ଜାଣନ୍ତୁ କ’ଣ ରହିଛି ଆଜି ଆପଣଙ୍କ ସହରରେ ସୁନା ଦର

ଗତକାଲି ଠାରୁ ସାମାନ୍ଯ କମିଛି ସୁନା ଦର। ତୁଳନା କଲେ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୪୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୪୦୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୮୭୦ ଟଙ୍କା ଓ ୪୭,୫୫୦ ଟଙ୍କା ଛୁଇଁଛି।
ସେହିଭଳି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୪୯,୪୦୦ ଟଙ୍କା ଓ ୪୮,୪୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୭୪୦ ଟଙ୍କା ଓ ୪୮,୩୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୧,୮୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୭,୫୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୧,୬୪୦ ଟଙ୍କା ଓ ୪୮,୯୪୦ ଟଙ୍କା ରହିଛି ।