Below header

ସାମାନ୍ୟ କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ଅଛି ଆପଣଙ୍କ ସହରରେ ଦାମ୍‌

ଗତକାଲି ଠାରୁ ସାମାନ୍ଯ କମିଛି ସୁନା ଦର। ତୁଳନା କଲେ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୩୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୩୫୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୩୭୦ ଟଙ୍କା ଓ ୪୮,୦୫୦ ଟଙ୍କା ଛୁଇଁଛି।

gold priceସେହିଭଳି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୪୯,୩୫୦ ଟଙ୍କା ଓ ୪୮,୩୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୩,୧୯୦ ଟଙ୍କା ଓ ୪୮,୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୨,୩୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୮,୦୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୧,୯୦୦ ଟଙ୍କା ଓ ୪୯,୨୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ଆଜି କିଲୋଗ୍ରାମ ପ୍ରତି ୫୯,୩୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.