ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ କେତେ ଅଛି ଆପଣଙ୍କ ସହରରେ ଦାମ୍‌

ଗତକାଲି ଠାରୁ ସାମାନ୍ଯ କମିଛି ସୁନା ଦର। ତୁଳନା କଲେ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯, ୨୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୨୫୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨, ୦୪୦ଟଙ୍କା ଓ ୪୭,୭୦୦ ଟଙ୍କା ଛୁଇଁଛି।

ସେହିଭଳି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୪୯,୨୫୦ ଟଙ୍କା ଓ ୪୮,୨୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୭୪୦ ଟଙ୍କା ଓ ୪୮,୩୫୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୨,୦୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୭,୭୦୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୧,୫୬୦ ଟଙ୍କା ଓ ୪୮,୮୬୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ଆଜି କିଲୋଗ୍ରାମ ପ୍ରତି ୫୮,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.