ଲଗାତର ବୃଦ୍ଧି ପାଉଛି ସୁନା ଦର ! ଜାଣନ୍ତୁ କେତେ ରହିଛି ଦାମ୍‌

ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୧୬୦ ଟଙ୍କା ହୋଇଛି । ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୦୬୦ଟଙ୍କା । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୦୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩ ହଜାର ୧୬୦ ହୋଇଛି ।

୧୦ ଗ୍ରାମ ପ୍ରତି ୭୩ ହଜାର ଟଙ୍କା ଅତିକ୍ରମ କରିଛି । ବିଶ୍ଵ ବଜାରରେ ଲାଗି ରହିଥିବା ଅସ୍ଥିରତାର ପ୍ରଭାଵରୁ ବଢ଼ି ଚାଲିଛି ସୁନା ଦର । ଅନ୍ୟ ପଟେ ଡଲାରା ତୁଳନାରେ ଟଙ୍କାର ବିନିମୟ ମୂଲ୍ୟରେ ହ୍ରାସ ହୋଇଥିବାରୁ ଦର ବୃଦ୍ଧି ପାଉଥିବା କୁହାଯାଉଛି । ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୧୬୦ ଟଙ୍କା ହୋଇଛି । ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୦୬୦ଟଙ୍କା । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୦୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩ ହଜାର ୧୬୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୦୬୦ଟଙ୍କା ଓ ୭୪,୦୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୨,୨୧୦ ଟଙ୍କା ଓ ୭୩,୩୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୮୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪,୦୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୦୬୦ ଟଙ୍କା ଓ ୭୩,୧୬୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୬ ହଜାର ୧୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.