ହୁ ହୁ ହୋଇ ବଢି ଚାଲିଛି ସୁନା ଦର, ଜାଣନ୍ତୁ ଆଜି କେଉଁ ସହରରେ କଣ ରହିଛି ରେଟ

ବର୍ତ୍ତମାନ ଲକ୍ଷେ ମୁହାଁଇଲାଣି ସୁନା ଦର । ବିଶ୍ୱ ବଜାରରେ ଅସ୍ଥିରତା ଏବଂ ଭୁ- ରାଜନୈତିକ ସମସ୍ୟା ମଧ୍ୟରେ ହୁ ହୁ ହୋଇ ବଢିଚାଲିଛି ଦର । ଗୋଲ୍ଡ କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରିବାକୁ ପଡୁଛି । ଆଜି ପୁଣି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୮୯ ହଜାର ୭୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୨ ହଜାର ୩୦୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୯ ହଜାର ୭୮୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୨, ୩୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୨,୪୦୦ ଟଙ୍କା ଓ ୮୯,୭୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୨, ୪୫୦ ଟଙ୍କା ଓ ୮୯, ୯୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୨,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୯, ୭୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୨,୩୦୦ ଓ ୮୯,୭୮୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୧,୦୦୦ ଟଙ୍କା ହୋଇଛି ।
ଆହୁରି ପଢ଼ନ୍ତୁ : ୮୦ ହଜାର ଟଙ୍କା ମଧ୍ୟରେ ଭଲ ମାଇଲେଜ୍ ଦେଉଥିବା ସ୍କୁଟର, ୧ ଲିଟର ପେଟ୍ରୋଲରେ ଚଲାଇବେ କେତେ କିଲୋମିଟର?