ପୁଣି ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ୧୦ ଗ୍ରାମ ପ୍ରତି ଦାମ୍

ବଢ଼ିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ପାଖାପାଖି ୪୦୦ ଟଙ୍କା ବଢ଼ିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧,୧୮୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୨,୧୮୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୦୧୦ ଟଙ୍କା ଓ ୫୨,୩୭୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୫୧,୧୮୦ ଟଙ୍କା ଓ ୫୨,୧୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୦,୪୫୦ ଟଙ୍କା ଓ ୫୫,୦୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୮୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୩,୧୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୫୦୦ ଟଙ୍କା ଓ ୫୨,୭୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୯୦୦ ଟଙ୍କା କମିଛି। ଆଜି ରୁପା ମୂଲ୍ୟ ୬୦,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.