Below header

ଆଜି ବଢିଛି ସୁନା ଦର, କିଣିବା ପୂର୍ବରୁ ଜାଣିନିଅନ୍ତୁ କେତେ ବଢିଛି

କେନ୍ୟୁଜ୍‌(ବ୍ୟୁରୋ): ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୫୦୦ ଟଙ୍କା ବଢ଼ି ୫୦,୩୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫୦ ଟଙ୍କା ବଢ଼ି ୫୪,୮୮୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୫୦,୩୦୦ ଟଙ୍କା ଓ ୫୪,୮୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୯,୬୦୦ ଟଙ୍କା ଓ ୫୪,୧୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୦,୪୫୦ ଟଙ୍କା ଓ ୫୫,୦୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୫୧,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୫,୬୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୩୦୦ ଟଙ୍କା ଓ ୫୪,୮୮୦ ଟଙ୍କା ରହିଛି ।
ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୨୦୦୦ ଟଙ୍କା ବଢ଼ି ୭୧,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.