Below header

ଆଜି ପୁଣି ସାମାନ୍ୟ ବଢିଲା ସୁନା ଦର, ଜାଣନ୍ତୁ କେବେ ଅଛି ଆପଣଙ୍କ ସହରରେ ଦାମ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୯୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୯୬୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୬୧୦ ଟଙ୍କା ଓ ୫୧,୯୪୦ ଟଙ୍କା ଛୁଇଁଛି।

gold new image

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୯୬୦ ଟଙ୍କା ଓ ୫୦,୯୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୨୧୦ ଟଙ୍କା ଓ ୫୧,୯୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୬୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୯୪୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୯୨୦ ଟଙ୍କା ଓ ୫୨,୫୩୦ ଟଙ୍କା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.