ସୁନା କିଣିବାକୁ ଚାହୁଁଥିଲେ, ପଢିଦିଅନ୍ତୁ ଆଜି କେତେ ଅଛି ଦାମ

ପ୍ରତିଦିନ ଆପଣ ଏଠାରେ ହିଁ ସୁନା ମୂଲ୍ୟର ତାଜା ଅପଡେଟ ପାଇପାରିବେ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪, ୦୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୮, ୧୨୦ ଟଙ୍କା ରହିଥିବା ଜଣାଯାଇଛି। ସେହିପରି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫, ୦୪୦ ଟଙ୍କା ଓ ୪୯, ୨୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭, ୩୧୦ ଟଙ୍କା ଓ ୪୮, ୩୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭, ୧୦୦ ଟଙ୍କା ଓ ୫୧,୩୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫, ୫୧୨ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୬୫୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭, ୨୦୦ ଟଙ୍କା ଓ ୪୯,୯୦୦ ଟଙ୍କା ରହିଛି। ଅନ୍ୟପଟେ ଆଜି ରୁପା ମୂଲ୍ୟ କିନ୍ତୁ ହ୍ରାସ ପାଇଛି। ସେହିପରି ରୁପା ଦାମ୍‌ କମି କିଲୋ ପ୍ରତି ୬୨ ,୭୦୦ ଟଙ୍କା ରହିଛି।

Leave A Reply

Your email address will not be published.