ସପ୍ତାହ ଆରମ୍ଭରୁ ସୁନା ଦରରେ ହେଲା ପରିବର୍ତ୍ତନ, ଆକାଶ ଛୁଆଁ ମୂଲ୍ୟ

ସୁନା କିଣିବାକୁ ଚାହୁଁଛନ୍ତି କି ? ସପ୍ତାହ ଆରମ୍ଭରୁ ସୁନା ଦରରେ ହେଲା ପରିବର୍ତ୍ତନ । ଆକାଶ ଛୁଆଁ ସୁନା ଦର । ତେବେ ଆସନ୍ତୁ ଜାଣିବା, ସୁନା ଦର କେଉଁଠି କେତେ ? ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୫, ୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୭ ହଜାର ୫୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୫, ୭୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୭ ହଜାର ୭୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୫,୭୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୭ ,୫୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୫, ୮୮୦ ଟଙ୍କା ଓ ୨୨ କ୍ୟାରେଟ୍ ୮୭,୯୦୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୫, ୭୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୭,୫୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୫, ୭୩୦ ଓ ୮୭,୫୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦,୮୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ…

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।

ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ ।

ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ ।

ଆହୁରି ପଢ଼ନ୍ତୁ : ଲଞ୍ଚ ହୋଇଛି TVS ର ଏକ ଜବରଦସ୍ତ ବାଇକ୍, ଜାଣନ୍ତୁ ଫିଚର୍ସ ଏବଂ ପ୍ରାଇସର ଡିଟେଲ୍ସ