ସୁନାପ୍ରେମୀଙ୍କ ପାଇଁ ଖୁସି ଖବର, ହ୍ରାସ ପାଇଲା ସୁନା ଦର

ଆଜି ସୁନା ମୂଲ୍ୟରେ କିଛିଟା ହ୍ରାସ ପାଇଥିବା ଲକ୍ଷ କରାଯାଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫୭୪୦
ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୬୭୪୦ ଟଙ୍କା ହୋଇଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩୭୫୦ ଟଙ୍କା ଓ ୪୭୭୩୦ ଟଙ୍କା ହୋଇଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫୭୪୦ ଟଙ୍କା ଓ ୪୬୭୪୦
ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫୯୦୦ ଟଙ୍କା ଓ ୪୯୯୦୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮୧୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬୨୦୦ ଟଙ୍କା ଓ ୪୮୮୦୦ ଟଙ୍କା ରହିଛି । ସୁନା ପରି ଆଜି ରୂପା ମୂଲ୍ୟ ବି ହ୍ରାସପାଇଛି। ଭାରତୀୟ ବଜାରରେ ଆଜି ରୂପା କିଲୋଗ୍ରାମ ପ୍ରତି ୬୭ ହଜାର ୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.