ରେକର୍ଡ ଭାଙ୍ଗିଲା ସୁନା ଦର ; ଛୁଇଁଲା ୯୦ ହଜାର

ଦିନକୁ ଦିନ ନୂଆ ରେକର୍ଡ ଛୁଇଁଚାଲିଛି । ଗୋଲ୍ଡ କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରିବାକୁ ପଡୁଛି । ଆଜି ପୁଣି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୯୦ ହଜାର ଛୁଇଁଛି ସୁନା ଦର ।  ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୯୦ ହଜାର ୦୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୨ ହଜାର ୫୦୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୦ହଜାର ୦୦୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୨, ୫୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୨,୫୦୦ ଟଙ୍କା ଓ ୯୦,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୨, ୬୫୦ ଟଙ୍କା ଓ ୯୦, ୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୨,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୯୦, ୦୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୨,୫୦୦ ଓ ୯୦,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୧୩,୦୦୦ ଟଙ୍କା ହୋଇଛି ।

ଆହୁରି ପଢ଼ନ୍ତୁ : Jeep Compass ର ନୂଆ ଏଡିସନ୍ ହେଲା ଲଞ୍ଚ, ଜାଣନ୍ତୁ ପ୍ରାଇସ୍ ଏବଂ ଫିଚର୍ସ