କମିଲା ସୁନା ଦର, ବିଳମ୍ବ ନକରି ଜଲଦି କିଣନ୍ତୁ

ଆଜି କମିଛି ସୁନା ଦର । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୨୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୪୩୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬ ହଜାର ଟଙ୍କା ଓ ୫୦, ୨୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୫୦୦ ଟଙ୍କା ଓ ୫୦,୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୬୫୦ ଟଙ୍କା ଓ ୫୦,୮୯୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୫୦୦ ଟଙ୍କା ଓ ୫୦ ହଜାର ୭୩୦ ଟଙ୍କା ରହିଛି । ସେହିପରି ଆଜି ରୁପା କିଲୋଗ୍ରାମ ପ୍ରତି ୫୬,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

Leave A Reply

Your email address will not be published.