ସୁନା ମୂଲ୍ୟର ତାଜା ଅପଡେଟ, ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ଅଛି ସୁନା ମୂଲ୍ୟ

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୦୬୦ ଟଙ୍କାରେ ପହଞ୍ଚିଥିବା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୪୮,୦୬୦ ଟଙ୍କା ଥିବା ଜଣାଯାଇଛି। ଆଜି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୦୦ ଟଙ୍କା ବୃଦ୍ଧି ପାଇ ୪୨,୦୦୦ ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୨୦ ଟଙ୍କା ବୃଦ୍ଧି ପାଇ ୪୫,୮୨୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୦୨୦ ଟଙ୍କା ଓ ୪୫,୦୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୦୬୦ ଟଙ୍କା ଓ ୪୮,୦୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୬,୧୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୨୭୦ ଟଙ୍କା ଓ ୪୬,୮୭୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୭୦୦ ଟଙ୍କା କମି ୬୫,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.