କିଛି ଦିନର ବ୍ୟବଧାନ ପରେ ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ ୧୦ ଗ୍ରାମ ପିଛା କେତେ ଅଛି ରେଟ୍

ପାର୍ବଣରେ ବଢ଼ିଲା ସୁନା ଦର। ଦେଶରେ ଦ୍ରୁତ ବେଗରେ ବଢିଚାଲିଥିବା ସୁନା ଦରରେ ଗତ କିଛି ମାସ ହେବ ବ୍ରେକ୍ ଲାଗିଥିବା ବେଳେ ଗତ କିଛି ଦିନ ହେବ ପୁଣିଥରେ ବୃଦ୍ଧି ଘଟିବାରେ ଲାଗିଛି । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧, ହଜାର ୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୭ ହଜାର ୪୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୧, ୦୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭,୪୫୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୧, ୦୦୦ ଟଙ୍କା ଓ ୭୭,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୧,୧୫୦ ଟଙ୍କା ଓ ୭୭, ୬୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୧, ୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୭,୪୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୧, ୦୦୦ ଟଙ୍କା ଓ ୭୭,୪୫୦ ଟଙ୍କା ରହିଛି। ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୫ ହଜାର ୦୦୦ ଟଙ୍କା ହୋଇଛି ।