ବଢିଲା ସୁନାଦର, ୨୪ ଘଣ୍ଟାରେ ୨୭୦ ଟଙ୍କା ବୃଦ୍ଧି

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୯ ହଜାର ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ଗ୍ରାମ ପିଛା ୬୩ ହଜାର ୬୩,୨୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୩,୨୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୬୯,୦୦୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୩,୨୫୦ ଟଙ୍କା ଓ ୬୯,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୩,୪୦୦ଟଙ୍କା ଓ ୬୯,୧୫୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୪,୬୫୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୦,୫୩୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୩,୨୫୦ ଟଙ୍କା ଓ ୬୯,୦୦୦ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୪,୫୦୦ ଟଙ୍କା ହୋଇଛି।