ଚମକାଇଲା ଆଜିର ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ ଦର କେତେ ?

ବିଶ୍ବ ବଜାରରେ ଅସ୍ଥିରତା ଦେଖାଦେଇଥିବାରୁ ପୁଣି ଥରେ ସୁନା ମହଙ୍ଗା ହୋଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୯୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୮୦ ହଜାର ୦୭୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୩, ୯୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୮୦, ୬୨୦ ଟଙ୍କା ରହିଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୩,୯୦୦ ଟଙ୍କା ଓ ୮୦, ୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୪,୦୫୦ ଟଙ୍କା ଓ ୮୦, ୭୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୩,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୦, ୬୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୩,୯୦୦ ଟଙ୍କା ଓ ୮୦, ୬୨୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୫,୫୦୦ ହଜାର ଟଙ୍କା ହୋଇଛି ।

 

You might also like