ସୁନା କିଣିବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ରହିଛି ମୂଲ୍ଯ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୯୮୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୯୯୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୫୯୦ ଟଙ୍କା ଓ ୫୧,୯୨୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୯୮୦ ଟଙ୍କା ଓ ୫୦,୯୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୨୦୦ ଟଙ୍କା ଓ ୫୨,୬୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୫୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୯୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୭୪୦ ଟଙ୍କା ଓ ୫୨,୯୪୦ ଟଙ୍କା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.