Below header

ପୁଣି ୫୦୦ ଟଙ୍କା ବଢିଲା ସୁନା, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଦାମ୍

ଆଜି ପୁଣି ବଢିଲା ସୁନା ଦାମ୍। ଆଗକୁ ବିବାହ ଋତୁ ଆସୁଥିବାରୁ ଏହାର ଦାମରେ ପ୍ରତିଦିନ କିଛି ନା କିଛି ପରିବର୍ତ୍ତନ ଦେଖାଯାଉଛି। ଗତକାଲି ତୁଳନାରେ ଆଜି ୫୦୦ ଟଙ୍କା ସୁନା ଦାମ୍ ବଢିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୬୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୬୦୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୨୫୦ ଟଙ୍କା ଓ ୫୦,୪୫୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୬୦୦ଟଙ୍କା ଓ ୪୯,୬୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୪୦୦ ଟଙ୍କା ଓ ୫୨,୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୯୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୧୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୩୬୦ ଟଙ୍କା ଓ ୫୧,୦୬୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ଅପରିବର୍ତ୍ତିତ ରହିଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.