ଦୁର୍ଗା ପୂଜା ଅବସରରେ ଘରକୁ ଆଣନ୍ତୁ ସୁନା, ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ରହିଛି ମୂଲ୍ଯ

କେନ୍ଯୁଜ୍: ଗତକାଲି ତୁଳନାରେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୧୫୦ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୧,୧୫୦ଟଙ୍କାରେ ପହଞ୍ଚିଛି। ସେହିଭଳି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭, ୧୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୩୮୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୦,୧୫୦ଟଙ୍କା ଓ ୫୧,୧୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୫୦୦ ଟଙ୍କା ଓ ୫୩,୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୧୦୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୩୮୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୧୨୦ ଟଙ୍କା ଓ ୫୧,୭୨୦ ଟଙ୍କା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.