ବ୍ୟବସାୟ ଓ ଅର୍ଥନୀତି

ସାମାନ୍ଯ କମିଲା ସୁନା ଦର, ଆଜି ହିଁ ଘରକୁ କିଣିଆଣନ୍ତୁ ଆପଣଙ୍କ ମନ ପସନ୍ଦର ଗହଣା

ଆଜି ସାମାନ୍ଯ କମିଛି ସୁନା ଦର। ଗତ କିଛିଦିନ ହେଲାଣି ସୁନା ଦାମରେ ପରିବର୍ତ୍ତନ ଦେଖିବାକୁ ମିଳୁଥିଲା। କିନ୍ତୁ ଆଜି ଏହା ମାତ୍ର ୧୦ ଟଙ୍କା କମିଥିବା ଜଣାପଡିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୩୩୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୩୩୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୯୪୦ ଟଙ୍କା ଓ ୫୦,୧୨୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୩୩୦ ଟଙ୍କା ଓ ୪୯,୩୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୦୯୦ ଟଙ୍କା ଓ ୫୨,୪୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୫୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୭୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୬୬୦ ଟଙ୍କା ଓ ୫୧,୩୬୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୭,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Swagatika

Recent Posts

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

14 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

18 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

21 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

26 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

38 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

44 mins ago