ଆଜି ହିଁ ଘରକୁ କିଣି ଆଣନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୩୩୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୩୩୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୯୪୦ ଟଙ୍କା ଓ ୫୦,୧୨୦ ଟଙ୍କା ଛୁଇଁଛି।

 

goldଆଜି ଦେଶର ପ୍ରମୁଖ ସହର ମାନଙ୍କରେ ସୁନା ଦରରେ ଗତକାଲି ଯାହା ରହିଥିଲା ସେହି ମୂଲ୍ଯ ସ୍ଥିର ରହିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୩୩୦ ଟଙ୍କା ଓ ୪୯,୩୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୦୯୦ ଟଙ୍କା ଓ ୫୨,୪୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୫୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୭୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୬୬୦ ଟଙ୍କା ଓ ୫୧,୩୬୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୭,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.