ସୁନା କିଣିବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ରହିଛି ମୂଲ୍ଯ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୯୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୯୬୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୨୪୦ ଟଙ୍କା ଓ ୫୧,୪୨୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୨୨୦ ଟଙ୍କା ଓ ୫୧,୪୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୪୧୦ ଟଙ୍କା ଓ ୫୨,୯୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୨୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୪୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୯୬୦ ଟଙ୍କା ଓ ୫୧,୫୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ବି ସ୍ଥିର ରହିଛି। ଆଜି ରୁପା ମୂଲ୍ୟ ୬୨,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.